ବଢିଲା ସୁନା ଦାମ୍‌, ଜାଣନ୍ତୁ ଭୁବନେଶ୍ୱରରେ ଆଜି କେତେ ରହିଛି ଦାମ୍‌

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୩,୨୨୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୫୫୦ ଟଙ୍କା ଓ ୫୪,୦୬୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୯,୫୫୦ ଟଙ୍କା ଓ ୫୪,୦୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୫୫୦ ଟଙ୍କା ଓ ୫୪,୦୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୦,୧୬୯ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୪,୭୬୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୫୫୦ ଟଙ୍କା ଓ ୫୪,୦୬୦ ଟଙ୍କା ରହିଛି।

ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୯,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.