ସୁନା କିଣିବାକୁ ଦୋକାନକୁ ଯିବା ପୂର୍ବରୁ ଏଠାରେ ପଢ଼ିନିଅନ୍ତୁ କେତେ ଅଛି ୧୦ ଗ୍ରାମ ପ୍ରତି ସୁନା ଦାମ୍। ଆଜି ଓଡିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ରହିଛି ୪୭,୦୦୦ ଟଙ୍କା। ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ରହିଛି ୫୧,୨୮୦ ଟଙ୍କା ରହିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୭୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୧, ୦୬୦ ଟଙ୍କା ଥିବା ଜଣାଯାଇଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୦୦୦ ଟଙ୍କା ଓ ୫୧,୨୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୦୦୦ ଟଙ୍କା ଓ ୫୧,୨୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୨୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୬୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୦୦୦ ଟଙ୍କା ଓ ୫୧,୨୮୦ ଟଙ୍କା ରହିଛି।
ଅନ୍ୟପଟେ ରୁପା ମୂଲ୍ୟ ଆଜି କମ୍ ରହିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୬୨,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।