ଜାଣନ୍ତୁ ୧୦ ଗ୍ରାମ୍‌ ପ୍ରତି ଆଜି କେତେ ଅଛି ସୁନା ମୂଲ୍ୟ

ସୁନା କିଣିବାକୁ ଚାହୁଁଥିଲେ ଆପଣ ଆଜି ଆପଣଙ୍କ ସହରରେ କେତେ ସୁନା ଦର ରହିଛି ଜାଣି ରଖନ୍ତୁ। ଆଜି ଭାରତୀୟ ବଜାରରେ ସୁନା ଦାମରେ କିଛିଟା ପରିବର୍ତ୍ତନ ଆସିଥିବା ଲକ୍ଷ କରାଯାଇଛି । ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୬ ହଜାର ୮୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୦ ହଜାର ୧୬୦ ଟଙ୍କା ରହିଥିବା ଜଣାପଡ଼ିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦାମ୍‌ ବଢି ଏବେ ୨୨ କ୍ୟାରେଟ ସୁନା ଦର ୪୭ ହଜାର ୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୧ ହଜାର ୮୦୦ ଟଙ୍କା ଛୁଇଁଛି । ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭, ୪୫୦ ଟଙ୍କା ଓ ୫୧ ହଜାର ୭୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭, ୫୦୦ ଟଙ୍କା ଓ ୫୧, ୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭, ୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭, ୫୦୦ ଟଙ୍କା ଓ ୫୧ ହଜାର ୮୦୦ ଟଙ୍କା ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ସାମାନ୍ୟ ବଢି ୬୦ ହଜାର ୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.