ସୁନା କିଣିବାକୁ ଦୋକାନକୁ ଯିବା ପୂର୍ବରୁ ଏଠାରେ ପଢ଼ିନିଅନ୍ତୁ କେତେ ଅଛି ୧୦ ଗ୍ରାମ ପ୍ରତି ସୁନା ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭.୫୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧.୮୨୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭.୬୫୦ ଟଙ୍କା ଓ ୫୧.୯୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭.୬୫୦ ଟଙ୍କା ଓ ୫୧.୯୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭.୮୦୦ ଟଙ୍କା ଓ ୫୨.୧୪୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭.୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨.୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭.୬୫୦ ଟଙ୍କା ଓ ୫୧.୯୮୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୮,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.