ସୁନା କିଣିବା ପୂର୍ବରୁ ଜାଣନ୍ତୁ ଏହାର ମୂଲ୍ୟ, ଭୁବନେଶ୍ୱରରେ ଅପରିବର୍ତ୍ତିତ ରହିଛି ସୁନା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୯,୧୩୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫ ହଜାର ୯୫୦ ଟଙ୍କା ଓ ୫୦, ୧୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୯୫୦ ଟଙ୍କା ଓ ୫୦,୧୩୯ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୧୦୦ ଟଙ୍କା ଓ ୫୦,୨୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୬,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୦,୬୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୯୫୦ ଟଙ୍କା ଓ ୫୦ ହଜାର ୧୩୦ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୬,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.