ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୨ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଆଜି ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୯୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୫୦.୭୬ ପ୍ରତିଶତ । ଆଜି ମୋଟ ପଜିଟିଭିଟି ୦.୩୧ପ୍ରତିଶତ । ସଂକ୍ରମିିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୨୪ ଜଣ । ୨୪ ଘଣ୍ଟାରେ ୬୧ ହଜାର ୮୯୯ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ୍‌ ରହିଛି ୨ ହଜାର ୭୧।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକରୁ ୧୧ ଜଣ, ଢେଙ୍କାନାଳରୁ ୫ ଜଣ, ଗଜପତିରୁ ୧ ଜଣ, ଯାଜପୁରରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଖୋର୍ଦ୍ଧାରୁ ୯୯ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୪ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୮ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୦ହଜାର ୯୫୫  ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୦ ହଜାର ୪୦୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୭୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.