ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଖୋର୍ଦ୍ଧାରୁ ୧୪୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୫୧.୩୯ ପ୍ରତିଶତ । ଆଜି ମୋଟ ପଜିଟିଭିଟି ୦.୪୮ପ୍ରତିଶତ । ସଂକ୍ରମିିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୪୦ ଜଣ । ୨୪ ଘଣ୍ଟାରେ ୫୮ ହଜାର ୮୧୬ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ୍‌ ରହିଛି ୨ ହଜାର ୧୩୭ ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବରରୁ ୩ ଜଣ, କଟକରୁ ୧୭ ଜଣ, ଢେଙ୍କାନାଳରୁ ୯ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୧୪୭ ଜଣ, ମୟୂରଭଞ୍ଜରୁ ୨୧ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୮ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୧ହଜାର ୨୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୦ ହଜାର ୬୨୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୧୩୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.