ଆଞ୍ଜିଓପ୍ଲାଷ୍ଟି ହେବା ପରେ ଭେଣ୍ଟିଲେଟର ସପୋର୍ଟରେ ରାଜୁ ଶ୍ରୀବାସ୍ତବ, ଫ୍ୟାନ୍ସ କରୁଛନ୍ତି ପ୍ରାର୍ଥନା

ଲୋକପ୍ରିୟ କମେଡିଆନ୍ ରାଜୁ ଶ୍ରୀବାସ୍ତବଙ୍କ ପାଇଁ ଫ୍ୟାନ୍ସ ଏବେ ପ୍ରାର୍ଥନା କରୁଛନ୍ତି। ଅଚାନକ ତାଙ୍କର ସ୍ୱାସ୍ଥ୍ୟ ବିଗିଡିଯିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେ ହୃଦଘାତର ଶିକାର ହେବା ପରେ ଏମ୍ସ ହସପିଟାଲରେ ଭର୍ତ୍ତି ହୋଇଥିଲେ। ଏବେ ଆଞ୍ଜିଓପ୍ଲାଷ୍ଟି ପରେ ଭେଣ୍ଟିଲେଟରରେ ରଖାଯାଇଛି।

ରାଜୁ ଶ୍ରୀବାସ୍ତବ ହୋଟେଲରେ ଜିମ୍ ଓ୍ୱାର୍କଆଉଟ କରୁଥିଲେ। ଟ୍ରେଡମିଲରେ ବ୍ୟାୟାମ କରୁଥିଲେ । ସେହି ସମୟରେ ତାଙ୍କୁ ହାର୍ଟଆଟାକ ହୋଇଥିଲା । ଏହା ପରେ ରାଜୁଙ୍କୁ ସଂଗେ ସଂଗେ ହସ୍ପିଟାଲକୁ ନିଆଯାଇଥିଲା । ପିଆରଓଙ୍କ କହିବା ମୁତାବକ ସେ ତାଙ୍କ ସହଯୋଗୀଙ୍କୁ ଭେଟିବାକୁ ଦିଲ୍ଲୀ ଆସିଥିଲେ ।

ଏଥିପାଇଁ ସେ ହୋଟେଲରେ ରହୁଥିଲେ । ଠିକ୍ ସେତିକିବେଳେ ତାଙ୍କୁ ହୃଦଘାତ ହୋଇଥିଲା । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟରେ ସୁଧାର ଆସିଛି । ପିଆରଓ କମେଡିଆନଙ୍କ ସମସ୍ତଙ୍କ ଫ୍ୟାନ୍ସଙ୍କୁ ତାଙ୍କ ପାଇଁ ପ୍ରାର୍ଥନା କରିବାକୁ ନିବେଦନ କରିଛନ୍ତି ।
ରାଜୁ ଶ୍ରୀବାସ୍ତବ ‘ଦ ଗ୍ରେଟ୍‌ ଇଣ୍ଡିଆନ ଲାଫ୍ଟର ଚ୍ୟାଲେଞ୍ଜ, କେମଡି ସର୍କସ, ଦ କପିଲ ଶର୍ମା ଶୋ, ଶକ୍ତିମାନ ଭଳି ଟିଭି ଶୋ ନିଜର କମେଡି ଅନ୍ଦାଜ ଦେଖାଇସାରିଛନ୍ତି। ୫୮ ବର୍ଷୀୟ ରାଜୁ ଶ୍ରୀବାସ୍ତବ ବିଜେପିର ନେତା ରହିଛନ୍ତି। ଏହାପୂର୍ବରୁ ସମାଜବାଦୀ ପାର୍ଟିରେ ରହିଥିଲେ ରାଜୁ ଶ୍ରୀବାସ୍ତବ।

ରାଜୁ ଶ୍ରୀବାସ୍ତବଙ୍କୁ କମେଡିର ବାଦ୍‌ଶାହ କୁହାଯାଏ। ସେ ଅନେକ ଫିଲ୍ମ ଏବଂ ଟିଭି ଶୋ’ରେ କାମ କରିଛନ୍ତି। ବର୍ଷ ବର୍ଷ ଧରି ରାଜୁ ନିଜର କମେଡି ଦ୍ୱାରା ଲୋକମାନଙ୍କୁ ହସାଇ ଆସୁଛନ୍ତି। ସେ ପିଲାବେଳୁ ହିଁ କମେଡିଆନ ହେବାକୁ ଚାହୁଁଥିଲେ ଏବଂ ନିଜର ଏହି ସ୍ୱପ୍ନକୁ ପୂରା ମଧ୍ୟ କରିଥିଲେ। ରାଜୁ ଶ୍ରୀବାସ୍ତବ ଷ୍ଟେଜ୍‌ ଶୋ’ରୁ ନିଜର କ୍ୟାରିୟର ଆରମ୍ଭ କରିଥିଲେ।

Leave A Reply

Your email address will not be published.