ଆଜିର ରାଶିଫଳ: ଜାଣନ୍ତୁ, ମେଷ ଠାରୁ ମୀନ ଯାଏଁ ସବୁ ବ୍ୟକ୍ତିଙ୍କ ଭାଗ୍ୟ

ମେଷ : ଆଜି ମଜା-ମସ୍ତିରେ ରହିବେ। ଆପଣ ଯାହା କିଛି ବି କରୁଛନ୍ତି ପୂରା ମନରୁ କରନ୍ତୁ। ଦିନଟି ଆପଣଙ୍କ ପାଇଁ ସବୁଦିନ ସ୍ମୃତି ହୋଇ ରହିବ। ନିଜ ଲୋକମାନଙ୍କ ସହଯୋଗ ଲାଭ କରି ନୂତନ କର୍ମାରମ୍ଭ କରିବାରେ ସମର୍ଥ ହେବେ।

ବୃଷ : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନୀ କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେବେ।

ମିଥୁନ : ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

କର୍କଟ : ଆପଣଙ୍କ ପ୍ରୟାସ ଲାଭଦାୟକ ପ୍ରମାଣିତ ହେବ। ରାଜ୍ୟ ବାହାରକୁ ଯିବାର ରାସ୍ତା ଉନ୍ମୁକ୍ତ ହେବ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଜରୁରୀ କାମରେ ଯିବାକୁ ଥିଲେ ଆତ୍ମବିଶ୍ବାସ ବଜାୟ ରଖନ୍ତୁ। ରାଜନୀତିରେ ସଫଳତା ପାଇବେ।

ସିଂହ: ପୁରୁଣା ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଲାଭ ହେବ। କର୍ମକ୍ଷେତ୍ରରେ ଦୀର୍ଘ ଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବ ତଥା ନୂତନ କର୍ମ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା, ମାଲି ମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।

କନ୍ୟା : ଆପଣଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ଠାରୁ ପ୍ରେରଣା ମିଳିପାରେ। ଶତ୍ରୁଙ୍କ ଉପରେ ବିଜୟ ଲାଭ କରିବେ। ଛାତ୍ରଛାତ୍ରୀଙ୍କୁ ପରିଶ୍ରମର ସୁଫଳ ମିଳିବ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ।

ତୁଳା : ଆଜି ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଜନିତ ମନସ୍ତାପର କାରଣ ହୋଇପାରେ। ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାର ସୂଚନା ରହିଛି। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ। ଜମିଜମା ସମ୍ପର୍କିତ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିବ।

ବିଛା: ସ୍ଥିତି ସୁଦୃଢ ରହିବ। ଆଶା ଠାରୁ ଅଧିକ ଶୁଭଫଳ ମିଳିବ। ଉଦ୍ୟମରେ ସଫଳତା ମିଳିବ। ଅର୍ଥ ସଞ୍ଚୟ କରିବେ। ଋଣ ପରିଶୋଧ କରିବେ। ସହକର୍ମୀଙ୍କ ଯୋଗୁ ହୁଏତ କର୍ମକ୍ଷେତ୍ରର ଗତି ମନ୍ଥର ରହିବ। ସଭାସମିତି, ଗବେଷଣା କ୍ଷେତ୍ର, ଆଇନ ଅଦାଲତରେ ସଫଳତା ହାସଲ କରିବେ।

ଧନୁ: ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିବେ। ଶୃଙ୍ଖଳତା, କାର୍ଯ୍ୟଦକ୍ଷତା ପାଇଁ ଶୀର୍ଷ ସ୍ଥାନରେ ପହଞ୍ଚିବେ। ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ।

ମକର: ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

କୁମ୍ଭ: ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ମୀନ: ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.