ଆଜିର ରାଶିଫଳ: ଜାଣନ୍ତୁ, ଆପଣଙ୍କ ଭାଗ୍ୟରେ କ’ଣ ଅଛି

ମେଷ :

ଆଜି ମଜା-ମସ୍ତିରେ ରହିବେ। ଆପଣ ଯାହା କିଛି ବି କରୁଛନ୍ତି ପୂରା ମନରୁ କରନ୍ତୁ। ଦିନଟି ଆପଣଙ୍କ ପାଇଁ ସବୁଦିନ ସ୍ମୃତି ହୋଇ ରହିବ। ନିଜ ଲୋକମାନଙ୍କ ସହଯୋଗ ଲାଭ କରି ନୂତନ କର୍ମାରମ୍ଭ କରିବାରେ ସମର୍ଥ ହେବେ। ଶୁଭ ସଂଖ୍ୟା ୧ ଏବଂ ଶୁଭ ରଙ୍ଗ ଧଳା।

ବୃଷ :

ବ୍ୟବସାୟୀ ମାନଙ୍କ ପାଇଁ ଦିନଟି ଉତ୍ତମ ରହିବ। ଦୂର ଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ। ଶୁଭ ସଂଖ୍ୟା ୪ ଏବଂ ଶୁଭ ରଙ୍ଗ ବାଇଗଣୀ।

ମିଥୁନ :

କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ପୋଷାକ କ୍ରୟ କରିପାରନ୍ତି। ରାଜନୀତିରେ ପ୍ରଭାବଶାଳୀ ରହିବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ସଂଖ୍ୟା ୭ ଏବଂ ଶୁଭ ରଙ୍ଗ ଧଳା।

କର୍କଟ :

ମନର ଅଶାନ୍ତ ରହିପାରେ। ସାଂସାରିକ ଅର୍ଥଚିନ୍ତା ରହିବ। ମହିଳାମାନେ ଉଦାରମନା ରହିବେ। ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ଲାଲ୍।

ସିଂହ :

କର୍ମକ୍ଷେତ୍ରରେ ଅନିଶ୍ଚିତା ଭିତରେ ଗତି କରିବେ। ପଡ଼ୋଶୀଙ୍କ ସହ ମନାନ୍ତର ରହିବେ। ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ। ଶୁଭ ସଂଖ୍ୟା ୮ ଏବଂ ଶୁଭ ରଙ୍ଗ ଗୋଲାପୀ।

କନ୍ୟା :

ମନ ମୁତାବକ କାର୍ଯ୍ୟ ସଫଳ ହେବ। ସାଂସାରିକ ଶୁଭଫଳ ମିଳିବ। ମହିଳାମାନେ ରକ୍ଷଣଶୀଳ ହେବେ। ପରିବହନ ଓ ବାଣିଜ୍ୟରେ ଲାଭ ଜନକ ହେବ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ବାଇଗଣୀ।

ତୁଳା :

ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ଲାଲ୍।

ବିଛା :

ଆଜିର କର୍ମକ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସହକର୍ମୀଙ୍କ ଯୋଗୁ ହୁଏତ କର୍ମକ୍ଷେତ୍ରର ଗତି ମନ୍ଥର ରହିବ। ସଭାସମିତି, ଗବେଷଣା କ୍ଷେତ୍ର, ଆଇନ ଅଦାଲତରେ ସଫଳତା ହାସଲ କରିବେ। ଶୁଭ ସଂଖ୍ୟା ୭ ଏବଂ ଶୁଭ ରଙ୍ଗ ଧଳା।

ଧନୁ :

ନିଜର ପ୍ରିୟବନ୍ଧୁଙ୍କ ସହ ମତାନ୍ତର ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ହେବ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ ଆର୍ଥିକ ସଙ୍କଟ ଦେଖାଦେବ। କର୍ମରେ ବିଫଳତା, ସମ୍ମାନ ହାନି ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଶୁଭ ସଂଖ୍ୟା ୧ ଏବଂ ଶୁଭ ରଙ୍ଗ ଧଳା।

ମକର :

ବେପାରରେ ମନପ୍ରାଣ ଢାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ଖାସ୍ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ଲାଲ୍।

କୁମ୍ଭ :

ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। ଶୁଭ ସଂଖ୍ୟା ୧ ଏବଂ ଶୁଭ ରଙ୍ଗ ଧଳା।

ମୀନ :

ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁପ୍ତ ବୈଠକ କରିବେ। କୌଣସି ଭଲ ଖବର ମିଳିବାର ସମ୍ଭାବନା ରହିଛି। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ। ଶୁଭ ସଂଖ୍ୟା ୮ ଏବଂ ଶୁଭ ରଙ୍ଗ ଗୋଲାପୀ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.