ଆଜିର ରାଶିଫଳ! ଏବେଠୁ ପଢ଼ନ୍ତୁ ଓ ସେହି ଅନୁସାରେ କାମ କରନ୍ତୁ

ମେଷ : ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ମାନସିକ ସ୍ଥିତି ଭଲ ରହିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ହସଖୁସିରେ ଦିନଟି ଅତିବାହିତ କରିବେ।

ବୃଷ : ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ପାଇବେ। ବ୍ୟବସାୟରେ ଯଥେଷ୍ଟ ଲାଭ ମିଳିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତ ଆଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ ଓ ଅନୁସନ୍ଧାନ କାର୍ଯ୍ୟରେ ସୁଫଳ ପ୍ରାପ୍ତି ହେବ।

ମିଥୁନ: ଆଜି ସନ୍ତାନମାନଙ୍କ ଉନ୍ନତିକୁ ନେଇ ଗର୍ବ ଅନୁଭବ କରିବେ। ନୂତନ ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି। ଆର୍ଥିକ ଉନ୍ନତି ବୃଦ୍ଧି ପାଇବ । ମହିଳାମାନେ ପରିବାରରେ ଆଦରଣୀୟା ହେବେ। ରାଜନୈତିକ କ୍ଷେତ୍ରରେ ଥିଲେ ଜନ କଲ୍ୟାଣ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ : ଶତ୍ରୁମାନେ ପରାଜିତ ହେବେ ଓ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ଅଧସ୍ତନଙ୍କ ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ ।

ସିଂହ : ଆଜି ଦେହ ମନ ଭଲ ରହିବ। ଉଚ୍ଚ କର୍ତ୍ତୃପକ୍ଷଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ । କର୍ମ କ୍ଷେତ୍ରରେ ସଫଳତା ମିଳିବ ।

କନ୍ୟା : ବିଳମ୍ବିତ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସାଧିତ ହେବ । ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

ତୁଳା : ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

ବିଛା : ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶରୀର ସୁସ୍ଥ ରହିବ ଓ ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ଆନନ୍ଦଦାୟକ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ ଓ ଯାନବାହନ ସୁଖ ମିଳିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘସ୍ଥାୟୀ ହେବ।

ଧନୁ: କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗିତାମୂଳକ ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ମକର : ବନ୍ଧୁ ବାନ୍ଧବ ଓ ଶୁଭେଚ୍ଛୁମାନେ ସାହାଯ୍ୟ ସହଯୋଗ କରିବେ । ବିଚକ୍ଷଣ ଚିନ୍ତାଧାରାକୁ ପ୍ରୟୋଗ କରି ଜୀବନର କିଛି ତିକ୍ତ ସତ୍ୟ ଅନୁଭୂତ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।

କୁମ୍ଭ : ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ଆର୍ଥିକ ସ୍ଥିତି ସନ୍ତୋଷପ୍ରଦ ହେବ । କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ବିଜୟୀ ହେବେ ।

ମୀନ: କର୍ମକ୍ଷେତ୍ରରେ ପ୍ରଭାବ ବୃଦ୍ଧି ପାଇବା ସହ ଯେକୌଣସି ଇଚ୍ଛା ପୂରଣ ହୋଇପାରିବ । ନିଜଲୋକ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ କରି ପ୍ରଶଂସିତ ହେବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.