ଦୈନିକ ଭାଗ୍ୟ! ପଢ଼ନ୍ତୁ, ଆଜିର ରାଶିଫଳ

ମେଷ :

ସୁସ୍ଥ ଭାବେ କାମ କରିବାକୁ ଚାହିଁଲେ ମଧ୍ୟ ବ୍ୟସ୍ତତା ଯୋଗୁ ଥକି ଯାଇ ପାରନ୍ତି। ଆତ୍ମସନ୍ତୋଷ ଲାଭ କରିବେ। କାମରୁ ଫୁରସତ ନେଇ ଛୁଟି ନେବାକୁ ଇଚ୍ଛା କରିବେ। କିନ୍ତୁ କୌଣସି କାମ ଯୋଗୁ ଅଟକି ଯାଇ ପାରନ୍ତି।

ବୃଷ :

ଆଜି ବନ୍ଧୁଙ୍କ ସହଯୋଗ ସମସ୍ୟା ସମାଧାନରେ ସାହାଯ୍ୟ କରିବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ଆନୁଷ୍ଠାନିକ କାମ, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ ଆଲୋଚନା ସକାଶେ ଦିନଟି ମନ୍ଦ ହେବନାହିଁ।

ମିଥୁନ :

ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ମଧ୍ୟରେ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ଅଭାବ ଅସୁବିଧା ନ ଥିଲେ ମଧ୍ୟ ବନ୍ଧୁ, ପରିଜନଙ୍କ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଆଇନ ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ। ବ୍ୟବସାୟରେ ଝଗଡ଼ା ଓ ଯାତ୍ରାରେ ସଙ୍କଟର ସମ୍ମୁଖୀନ ହେବାକୁ ପଡ଼ିପାରେ।

କର୍କଟ :

ଖୁସିରେ ରହିବା ପାଇଁ ଅନ୍ୟ କଥାରେ ମୁଣ୍ଡ ପୂରାନ୍ତୁ ନାହିଁ। ଅନ୍ୟକୁ ପ୍ରଭାବିତ କରିବାକୁ ଆବଶ୍ୟକତାଠାରୁ ଅଧିକ ଖର୍ଚ୍ଚ କରନ୍ତୁ ନାହିଁ। ସାଥୀ ଆଜି ଆପଣଙ୍କୁ ସରପ୍ରାଇଜ ଦେଇ ପାରନ୍ତି। ଛୋଟ ଝିଅଙ୍କୁ ମିଠା ବାଣ୍ଟନ୍ତୁ।

ସିଂହ :

ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

କନ୍ୟା :

ଆପଣଙ୍କ ମଜାଳିଆ ସ୍ଵଭାବ ଯୋଗୁ ସମସ୍ତେ ଆଜି ପସନ୍ଦ କରିବେ। କର୍ମ କ୍ଷେତ୍ରରେ ମଧ୍ୟ ଏହି ଗୁଣ ଆଜି ଆପଣଙ୍କୁ ଲୋକପ୍ରିୟ କରାଇବ। ଆଜି କିଛି ଲୋକଙ୍କୁ ଭବିଷ୍ୟତରେ କାମ କରିବାକୁ ପ୍ରତିଶ୍ରୁତି ଦେବେ। ସାଥୀଙ୍କ ସହ ସମ୍ପର୍କ ନିବିଡ଼ ହେବ।

ତୁଳା :

ନିଜ ପାଇଁ କିମ୍ବା ଅନ୍ୟଲୋକଙ୍କ ପାଇଁ ଯାହା କରିବେ ତାହାର ଭଲ ଫଳ ନିଶ୍ଚୟ ପାଇବେ। ମା’ ମାନେ ପରିବାର ଓ କ୍ୟାରିୟର ମଧ୍ୟରେ ସନ୍ତୁଳନ ରକ୍ଷା କରିବେ। ସ୍ୱାସ୍ଥ୍ୟ ଭଲ ରହିବ। ସବୁଠି ପ୍ରଶଂସିତ ହେବେ।

ବିଛା :

ଆଜି ଅର୍ଥ ସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନସିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।

ଧନୁ :

ଆଜି ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଜନିତ ମନସ୍ତାପର କାରଣ ହୋଇପାରେ। ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାର ସୂଚନା ରହିଛି। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ। ଜମିଜମା ସମ୍ପର୍କିତ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିବ।

ମକର :

କର୍ମକ୍ଷେତ୍ରରେ ଆକସ୍ମିକ କେତେକ ସମସ୍ୟା କାରଣରୁ ପୂର୍ବ ସ୍ଥିରୀକୃତ କାର୍ଯ୍ୟ ସ୍ଥଗିତ ରହିପାରେ। ବନ୍ଧୁଙ୍କ ସାହାଯ୍ୟ, ସହଯୋଗର ଅଭାବ ନ ଥିଲେ ମଧ୍ୟ ପାରିବାରିକ ମନାନ୍ତର କାମକୁ ବିଗାଡ଼ି ଦେଇପାରେ। ଶତଭିଷା ନକ୍ଷତ୍ରର ଲୋକ ଆରୋଗ୍ୟଲାଭ କରିବା ସହ ରାଜନୀତିରେ ନୈତିକ ସମର୍ଥନ ହାସଲ କରିପାରିବେ।

କୁମ୍ଭ :

ଆଜି କର୍ମକ୍ଷେତ୍ରରେ ଅସୁବିଧା ଯୋଗୁ ଟେନ୍‌ସନ ମଧ୍ୟରେ ରହିବାକୁ ପଡ଼ିପାରେ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ବ୍ୟସ୍ତତା ବଢ଼ିପାରେ। ଟଙ୍କା ପଇସା, ନେବା ଆଣିବା, ଦିଆନିଆ କ୍ଷେତ୍ରରେ ସତର୍କ ରହିବା ଭଲ ହେବ। ଅଶ୍ଳେଷା ନକ୍ଷତ୍ରର କୌଣସି ଆତ୍ମୀୟଙ୍କ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ।

ମୀନ :

ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।

Leave A Reply

Your email address will not be published.