ଦେଶ ପାଇଁ ଖୁସି ଖବର କମୁଛି ସଂକ୍ରମଣ, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୧ ହଜାରରୁ ଅଧିକ ପଜିଟିଭ୍‌

ନୂଆଦିଲ୍ଲୀ : କମୁଛି କରୋନା ସଂକ୍ରମଣ। ଦେଶରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୯୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ୨୪ ଘଣ୍ଟାରେ ୪୧୫୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୮୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୮୯୫ ଜଣଙ୍କ ମୃତ୍ୟୁ ଘଟିଛି ।

ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୮ ଲକ୍ଷ ୩୭ ହଜାର ୨୨୨ରେ ପହଞ୍ଚିଛି।ମୃତ୍ୟୁସଂଖ୍ୟା ୪ ଲକ୍ଷ ୮ ହଜାର ୪୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୯ ଲକ୍ଷ ୭୫ ହଜାର ୬୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୫୪୧୧୮।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.