ଜମ୍ମୁ-କାଶ୍ମୀରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ : ୨ ଜବାନ ଆହତ

army-locଜମ୍ମୁ-କାଶ୍ମୀର ଶୋପିୟା ସେକ୍ଟରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟ ହୋଇଛି। ଏଥିରେ ଦୁଇ ଜଣ ଯବାନ ଆହତ ହୋଇଛନ୍ତି। କୁମଦଲାନରେ ୨ରୁ ୩ ଜଣ ଆତଙ୍କବଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି। ଏହି ଖବର ମିଳିବା ପରେ ସେନା ପକ୍ଷରୁ ପୂରା ଅଞ୍ଚଳକୁ ଘେରାବନ୍ଦୀ କରାଯାଇଛି। ଏହି ଅଞ୍ଚଳରେ ସେନାର ୩୪ ରାଷ୍ଟ୍ରୀୟ ରାଇଫଲ, ସିଆରପିଏଫ୍ ଓ ପୋଲିସ ମୁତୟନ ହୋଇଛନ୍ତି। ଏହା ପରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା । ଆତଙ୍କବାଦୀଙ୍କ ପକ୍ଷରୁ ହୋଇଥିବା ଗୁଳିମାଡ଼ରେ ଦୁଇ ଜଣ ଯବାନ ଆହତ ହୋଇଛନ୍ତି। ଏବେ ବି ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.