ଆଜିଠୁ ପୁଣି ବର୍ଷିବ! ବାଂଲାଦେଶ-ମିଆଁମାର୍‌ ଉପକୂଳ ଅନ୍ତର୍ଗତ ବଙ୍ଗୋପସାଗର ଉପରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

କେନ୍ୟୁଜ୍(ବ୍ୟୁରୋ):  ବାଂଲାଦେଶ ଓ ମିଆଁମାର୍‌ ଉପକୂଳ ଅନ୍ତର୍ଗତ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଆଜି ଭୋର୍‌ ୫.୩୦ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଉପରୋକ୍ତ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗ ଆଡ଼କୁ ଗତିକରି ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆହୁରି ସୁଦୃଶ ହେବା ସହିତ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଗଭୀର ଅବପାତ ହୋଇଯିବାର ସମ୍ଭାବନା ଅଛି।

ତେବେ ଏହି ଲଘୁଚାପ ବିପଦ ବଢାଇବ। ଏହାର ପ୍ରଭାବରେ ଆଜିଠୁ ପୁଣି ବର୍ଷିବ। ବଢିବ ବର୍ଷାର ବିସ୍ତତି। ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ। ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ କିଛି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଜାରି ହୋଇଛି ଚେତବନୀ। ୧୯ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

୧୯ରେ ରାଜ୍ୟ ଉପରେ ସର୍ବାଧିକ ପ୍ରଭାବ ରହିବ। ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତିପ୍ରବଳ ବର୍ଷ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ୨୦ରେ ପଶ୍ଚିମ ଓଡ଼ିଶାରେ ଅତିପ୍ରବଳ ବର୍ଷା ସମ୍ଭବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୧୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.