ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା, ଜାଣନ୍ତୁ କାହାକୁ ମିଳିଲା ସୁଯୋଗ

ଇଂଲଣ୍ଡ ବିପକ୍ଷରେ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ବିସିସିଆଇ ଟ୍ୱିଟ୍ କରି ୧୮ ସଦସ୍ୟ ବିଶିଷ୍ଟ ଦଳ ଘୋଷଣା କରିଛି । ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟି୨୦ରେ ଅର୍ଦ୍ଧଶତକ ହାସଲ କରିଥିବା ସୂର୍ଯ୍ୟକୁମାର ଯାଦବଙ୍କୁ ଦିନିକିଆ ଟିମରେ ସାମିଲ କରାଯାଇଛି । ପୁନେରେ ୨୩ ତାରିଖରେ ଖେଳାଯିବ ଭାରତ-ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍ ଖେଳାଯିବ । ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଇଂଲଣ୍ଡ ବିପକ୍ଷରେ ଖେଳିବ ସିରିଜ୍ ।


ଟିମରେ ରୋହିତ ଶର୍ମା, ଶିଖର ଧାଓ୍ଵନ୍, ଶୁଭମନ୍ ଗିଲ୍, ଶ୍ରେୟସ୍ ଆୟର, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ଋଷଭ୍ ପନ୍ତ ସାମିଲ ହୋଇଛନ୍ତି । ସେହିଭଳି କେ ଏଲ ରାହୁଲ, ଯୁଯୁବେନ୍ଦ୍ର ଚହଲ, କୁଲଦୀପ ଯାଦବ, କୁନାଲ ପାଣ୍ଡ୍ୟା, ଓ୍ଵାଶିଂଟନ ସୁନ୍ଦର, ନଟରାଜନ୍, ଭୁବନେଶ୍ୱର କୁମାର, ମହମ୍ମଦ ସିରାଜ୍, ପ୍ରସିଦ୍ଦ କ୍ରିଷ୍ନା, ସାର୍ଦ୍ଦୁଲ ଠାକୁର ୧୮ ଜଣିଆ ଟିମ୍ରେ ସ୍ଥାନ ପାଇଛନ୍ତି ସିରିଜରୁ ରବିନ୍ଦ୍ର ଜାଡେଜାଙ୍କୁ ସ୍ଥାନ ମିଳିନାହିଁ । ସେ ଆହତ ଜନିତ କାରଣରୁ ବାଦ୍ ପଡିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.