ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡାରେ ଦୂତୀ ଚାନ୍ଦଙ୍କୁ ସ୍ୱର୍ଣ୍ଣ

ଭୁବନେଶ୍ୱର(କେନ୍ୟୁଜ୍) : ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡାରେ ଦୂତୀ ଚାନ୍ଦଙ୍କୁ ସ୍ୱର୍ଣ୍ଣ । ବେଙ୍ଗାଲୁରୁରେ ଆୟୋଜିତ ଦ୍ୱିତୀୟ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡାରେ କିଟ୍‌ ପକ୍ଷରୁ ୧୦୦ ମିଟର ଦୌଡରେ ଭାଗ ନେଇଥିଲେ ଧାବିକା ଦୂତୀ ଚାନ୍ଦ । ସେ ୧୧.୬୮ ସେକେଣ୍ଡରେ ୧୦୦ ମିଟର ଅତିକ୍ରମ କରି ପ୍ରଥମ ସ୍ଥାନ ଅଧିକାର କରି ସ୍ୱର୍ଣ୍ଣ ପଦକ ହେତେଇଛନ୍ତି ।

ତାଙ୍କର ଏହି ସଫଳତା ପଛରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କିଟ୍‌ ଓ କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ , କୋଚ୍‌ ରମେଶ ଜି ଓ ତାଙ୍କର ବାପାମାଙ୍କ ଆର୍ଶୀବାଦ ଯୋଗୁ ଏହା ସମ୍ଭବ ହୋଇପାରିଛି ବୋଲି କହିଛନ୍ତି । କିଟ୍‌ ବିଶ୍ୱବିଦ୍ୟାଳୟରେ ଆୟୋଜିତ ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ମଧ୍ୟ ୧୦୦ ମିଟରରେ ସ୍ୱର୍ଣ୍ଣ ପଦକ ହାସଲ କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.