ଆଇସିସି ଟି-୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କଲା ବିସିସିଆଇ, ଦଳକୁ ଫେରିଲେ ବୁମରା

ଆଇସିସି ଟି-୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରିଛି ବିସିସିଆଇ। ଟି-୨୦ ବିଶ୍ୱକପ୍‌ ପାଇଁ ଅଧିନାୟକ ଦାୟିତ୍ୱ ତୁଲାଇବେ ରୋହିତ ଶର୍ମା। ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ବିପକ୍ଷ ଆଗାମୀ ସିରିଜ ପାଇଁ ଟିମ୍‌ ଘୋଷଣା ହେବାର ଥିଲା। ତେବେ ଟି-୨୦ବିଶ୍ୱକପ ପାଇଁ ୧୫ ଜଣିଆ ସ୍କ୍ଵାର୍ଡ ଘୋଷଣା କରିଛି। ଆଉ ୪ ଜଣ ଖେଳାଳିଙ୍କୁ ଷ୍ଟାଣ୍ଡବାଇ ଖେଳାଳି ଭାବେ ରଖିଛି ବିସିସିଆଇ।

ରୋହିତ ଶର୍ମା ଅଧିନାୟକ ଭାବେ ଚୟନ ହୋଇଥିବା ବେଳେ କେଏଲ ରାହୁଲ ଉପ ଅଧିନାୟକ ଭାବେ ଚୟନ ହୋଇଛନ୍ତି। ବିଶ୍ୱକପ ପାଇଁ ଦଳକୁ ଫେରିଛନ୍ତି ଜସପ୍ରୀତ ବୁମରା। ଟିମରେ ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଦୀପକ ହୁଡ୍ଡା, ରିଷଭ ପନ୍ତ(ଓ୍ଵିକେଟ କିପର), ଦିନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା, ଆର ଅଶ୍ୱିନ, ଯୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଜସପ୍ରୀତ ବୁମରା, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ, ଅର୍ଶଦୀପ ସିଂଙ୍କୁ ଚୟନ କରାଯାଇଛି।

ସେହିପରି ଷ୍ଟାଣ୍ଡବାଏ ଖେଳାଳି ଭାବେ ମହମ୍ମଦ ସାମି, ଶ୍ରେୟସ ଆୟର, ରବି ବିଷ୍ଣୋଇ, ଦୀପକ ଚହର ଭାବେ ରହିଛନ୍ତି।

ଟି-୨୦ ବିଶ୍ୱକପ ପୂର୍ବରୁ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ସିରିଜ ପାଇଁ ଭାରତୀୟ ଦଳ ଘୋଷଣା ହେବାର ରହିଥିଲା। ଏହି ସ୍କ୍ଵାର୍ଡରେ ୧୫ ଜଣ ପରିବର୍ତ୍ତେ ୧୯ ଜଣ ଖେଳାଳି ରହିବେ। ଏସିଆ କପ୍‌ ୨୦୨୨ ପାଇଁ ଟିମ୍‌ ଇଣ୍ଡିଆ ଅଲଗା ଅଲଗା ଟିମ୍‌ ଚୟନ କରାଯାଇଥିଲା।

ଟିମ୍‌ ଇଣ୍ଡିଆ: ରୋହିତ ଶର୍ମା ( ଅଧିନାୟକ), କେଏଲ ରାହୁଲ ( ଉପଅଧିନାୟକ), ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଦୀପକ ହୁଡ୍ଡା, ରିଷଭ ପନ୍ତ(ଓ୍ଵିକେଟ କିପର), ଦିନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା, ଆର ଅଶ୍ୱିନ, ଯୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଜସପ୍ରୀତ ବୁମରା, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ, ଅର୍ଶଦୀପ ସିଂ

 

Also Read : ପାକିସ୍ତାନ ଏସିଆ କପ୍‌ ଫାଇନାଲ ହାରିବା ପରେ ରାଗିଗଲେ ରମିଜ ରାଜା, ଛଡାଇନେଲେ ସାମ୍ବାଦିକଙ୍କ ଫୋନ: ଭିଡିଓ ଭାଇରଲ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.