ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ଟିମ୍‌ ଇଣ୍ଡିଆର ଫଟୋଶୁଟ୍‌, ବିସିସିଆଇ ସେୟାର କଲା ଫଟୋ

ବିଶ୍ୱକପ୍‌ ୨୦୨୨ ପାଇଁ ଅଷ୍ଟ୍ରେଲିଆ ଗସ୍ତରେ ଟିମ୍‌ ଇଣ୍ଡିଆ। ଅଷ୍ଟ୍ରେଲିଆ ଯିବା ପୂର୍ବରୁ ଫଟୋଶୁଟ୍‌ କରିଛନ୍ତି ଭାରତୀୟ କ୍ରିକେଟ ଟିମ୍‌ର ଖେଳାଳି। ଏହି ସମୟରେ ଖେଳାଳିଙ୍କ ସହିତ ସପୋର୍ଟ ଷ୍ଟାଫ ମଧ୍ୟ ନଜର ଆସିଛନ୍ତି । ଟିମ୍‌ ଇଣ୍ଡିଆରେ ଏହି ଫଟୋକୁ ବିସିସିଆଇ ଟ୍ଵିଟ୍‌ କରିଛି। ଏହା ସହିତ କିଛି ଖେଳାଳି ନିଜର ପର୍ସନାଲ ଟ୍ଵିଟର ଆକାଉଣ୍ଟରେ ସେୟାର ମଧ୍ୟ କରିଛନ୍ତି। ବିରାଟ କୋହଲି, ହର୍ଷଲ ପଟେଲ ଏବଂ ୟୁଜବେନ୍ଦ୍ର ଚହଲ ଗୋଟେ ଫ୍ରେମ୍‌ରେ ନଜର ଆସିଛନ୍ତି।

ଏହାସହିତ ରୋହିତ ଶର୍ମା, ସୂର୍ଯ୍ୟକୁମାର ଯାଦବ, ଦିନେଶ କାର୍ତ୍ତିକ ଏବଂ ରିଷଭ ପନ୍ତ ଏକାଠି ଫଟୋ କ୍ଲିକ କରିଛନ୍ତି। ଟିମ୍‌ ଇଣ୍ଡିଆର ସମସ୍ତ ଖେଳାଳି ପ୍ରଫେସନାଲ ଲୁକକୁ ଫ୍ୟାନ୍ସ ବେଶ୍‌ ପସନ୍ଦ ମଧ୍ୟ କରିଛନ୍ତି। ଯାହାକୁ ଦେଖି ଫ୍ୟାନ୍ସ ବିଭିନ୍ନ ପ୍ରକାର କମେଣ୍ଟ ମଧ୍ୟ ଦେଉଛନ୍ତି। ସେହିପରି ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଦିନେଶ କାର୍ତ୍ତିକ ଏକାଠି ନଜର ଆସିଛନ୍ତି।

ମୁମ୍ବାଇ ବିମାନ ବନ୍ଦରରୁ ଦଳ ସିଧାସଳଖ ପର୍ଥରେ ପହଞ୍ଚିଛି । ବିଶ୍ୱକପରେ ଭାରତୀୟ ଟିମ୍ ସୁପର-୧୨ ଗ୍ରୁପର ଗ୍ରୁପ ୨ରେ ରହିଛି । ଯେଉଁଥିରେ ଟିମ୍ ଇଣ୍ଡିଆ ସହିତ ପାକିସ୍ତାନ, ସାଉଥ୍ ଆଫ୍ରିକା ଓ ବାଂଲାଦେଶ ରହିଛନ୍ତି । ତେବେ କ୍ୱାଲିଫାଇଂ ମ୍ୟାଚ୍ ପରେ ଆଉ ଦୁଇଟି ଟିମ୍ ଏହି ଗ୍ରୁପରେ ଯୋଗ ଦେବେ । କିଛି ଦିନ ତଳେ ହିଁ ଭାରତୀୟ ଟିମ୍ ନିଜ ମାଟିରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି ।

ତୃତୀୟ ଟି-୨୦ରେ ପରାସ୍ତ ହୋଇଥିଲେ ବି ଦଳ ୨-୧ରେ ସିରିଜ୍ କବଜା କରିଛି । ତେଣୁ ଏକ ଦୃଢ ମନୋବଳ ସହ ଦଳ ବିଶ୍ୱକପରେ ଯୋଗ ଦେବାକୁ ବାହାରିଛି । ଟିମ୍ ଇଣ୍ଡିଆର ବିଶ୍ୱକପ୍ ଅଭିଯାନ ଅକ୍ଟୋବର ୨୩ରୁ ଆରମ୍ଭ ହେବ । ପ୍ରଥମ ମ୍ୟାଚ୍‌ ପାକିସ୍ତାନ ବିରୋଧରେ ଖେଳିବ ଟିମ୍ ଇଣ୍ଡିଆ । ଏହାପୂର୍ବରୁ ଟିମ୍‌ ଇଣ୍ଡିଆ ପର୍ଥରେ ପହଞ୍ଚି ୧୩ ତାରିଖରୁ ଦଳ ଦୁଇଟି ୱାର୍ମଅପ୍ ମ୍ୟାଚ୍ ଖେଳିବ ।

ଟିମ୍ ଇଣ୍ଡିଆର ବିଶ୍ୱକପ୍ ଦଳ:

ରୋହିତ ଶର୍ମା (ଅଧିନାୟକ), କେ ଏଲ ରାହୁଲ (ଉପ-ଅଧିନାୟକ),ବିରାଟ କୋହଲି, ସୂର୍ଯ୍ୟକମାର ଯାଦବ, ଦୀପକ ହୁଡ୍ଡା, ରିଷଭ ପନ୍ତ, ଦିନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା, ଆର ଅଶ୍ୱିନୀ, ୟୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ ଓ ଅର୍ଶଦୀପ ସିଂହ

ସେହିପରି ଷ୍ଟାଣ୍ଡବାଏ ଖେଳାଳି ଭାବେ ମହମ୍ମଦ ସାମି, ଶ୍ରେୟସ ଆୟର, ରବି ବିଷ୍ଣୋଇ, ଦୀପକ ଚହର

ବିଶ୍ୱକପ ପାଇଁ ଟିମ୍‌ ଇଣ୍ଡିଆର କାର୍ଯ୍ୟସୂଚୀ :

୧୭ ଅକ୍ଟୋବର: ଭାରତ ବନାମ ଅଷ୍ଟ୍ରେଲିଆ(ଓ୍ଵାର୍ମ ଅପ୍‌ ମ୍ୟାଚ)

୧୯ ଅକ୍ଟୋବର: ଭାରତ ବନାମ ନ୍ୟୁଜିଲାଣ୍ଡ(ଓ୍ଵାର୍ମ ଅପ୍‌ ମ୍ୟାଚ୍‌)

୨୩ ଅକ୍ଟୋବର: ଭାରତ ବନାମ ପାକିସ୍ତାନ

୨୭ ଅକ୍ଟୋବର: ଭାରତ ବନାମ ଏ୨

୩୦ ଅକ୍ଟୋବର: ଭାରତ ବନାମ ସାଉଥ ଆଫ୍ରିକା

୨ ନଭେମ୍ବର: ଭାରତ ବନାମ ବାଲାଂଦେଶ

୬ ନଭେମ୍ବର: ଭାରତ ବନାମ ବି ୧

Also Read :  ଟିମ୍‌ ଇଣ୍ଡିଆର ନୂଆ ଜର୍ସି ଲଞ୍ଚ, ନୂଆ ଜର୍ସିରେ ଟି-୨୦ ବିଶ୍ୱକପ୍‌ ଖେଳିବ ମେନ ଇନ ବ୍ଲୁ

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.