ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର(କେନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।

ଏଥିମଧ୍ୟରେ ୧ ଜଣ ୧୮ ବର୍ଷରୁ କମ୍ ବୟସର ଥିବା ସୂଚନା ମିଳିଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଜାଣି ରଖନ୍ତୁ କି, ଗତକାଲି ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.