ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର, ଖୋଲିଲା ଆଉ ୫ଟି ଗେଟ୍ ; ମୋଟ ୩୧ଟି ଗେଟ୍ ଦେଇ ହେବ ଜଳ ନିଷ୍କାସନ

ସମ୍ବଲପୁର (କେନ୍ୟୁଜ): ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢୁଛି । ଫଳରେ ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ୍ ଖୋଲାଯାଇଛି । ଏହାକୁ ମିଶାଇ ମୋଟ୍ ୩୧ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ତେବେ ରାତି ୯ଟା ସୁଦ୍ଧା ଆଉ ୯ଟି ଗେଟ୍ ଖୋଲିବାର ସମ୍ଭାବନା ରହିଛି । ତେବେ ହୀରାକୁଦ ଜଳ ଭଣ୍ଡାରର ମୋଟ୍ ୪୦ଟି ଗେଟ୍ ଖୋଲିବା ନେଇ ସର୍ବୋଚ୍ଚ ଯନ୍ତ୍ରୀଙ୍କ ସୂଚନା ।

ବଢ଼ୁଛି ହୀରାକୁଦର ଜଳସ୍ତର । ଡ୍ୟାମରେ ୬୨୬ଫୁଟ ଟପିଛି ଜଳସ୍ତର । ସୁଦ୍ଧା ୭ ଲକ୍ଷ ୮୫ ହଜାର ୨୯୧ କ୍ୟୁସେକ ଜଳ ଆସୁଥିବା ବେଳେ ଛଡ଼ାଯାଉଛି ୪ ଲକ୍ଷ ୩୪ ହଜାର ୮ କ୍ୟୁସିକ୍ ଜଳ । ନଦୀ ଉଛୁଳୁଥିବାରୁ ଅନେକ ଅଂଚଳରେ ଲୋକେ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି । ଏବେ ୨୬ ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.