ଆସୁଛି ଆଉ ଏକ ଲଘୁଚାପ: ପଶ୍ଚିମ ମିଆଁମାର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ, ଅତି ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମ ମିଆଁମାର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଚି ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ଘନୀଭୂତ ହୋଇ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ଓଡ଼ିଶାରେ ବଢିବ ବର୍ଷା ପରିମାଣ । ଦୁଇ ଦିନ ସାରା ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଅତି ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଚେତାବନୀ ଦିଆଯାଇଛି । ସେହିଭଳି ଆସନ୍ତାକାଲି ପାଇଁ ୧୬ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଲଘୁଚାପ ଯିବା ପରେ ଆଉ ଦୁଇଟି ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ୧୮ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ୨୩ ତାରିଖ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.