ନୟାପଲ୍ଲୀରୁ ପୁଣି ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ବେକରେ ଓଢ଼ଣୀ ଲଗାଇ କଲେ ଆତ୍ମହତ୍ୟା

ଭୁବନେଶ୍ୱର (କେନ୍ୟୁଜ): ପୁଣି ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରେ ଏକ ଘରୁ ମୃତଦେହ ଉଦ୍ଧାର ହୋଇଛି। ଯୁବତୀ ଜଣକ ହେଲେ କଳ୍ପନା ବାରିକ। ସେ ଢେଙ୍କାନାଳର ହୋଇଥିବା ବେଳେ ୨ ବର୍ଷ ହେଲା ଭୁବନେଶ୍ୱରରେ ରହୁଥିଲେ । ଏକ NGO ସଂସ୍ଥାରେ କେୟାରଟେକର ଭାବେ କାମ କରନ୍ତି । ଘଟଣାସ୍ଥଳରେ ନୟାପଲ୍ଲୀ ଥାନା ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ବେକରେ ଓଢ଼ଣୀ ଲଗାଇ ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଛନ୍ତି। ମୃତଦେହକୁ ଜବତ କରି କ୍ୟାପିଟାଲ ହସ୍ପିଟାଲକୁ ବ୍ୟବଛେଦ ପାଇଁ ପଠାଇଛି ପୋଲିସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.