ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ । ଦୀର୍ଘ ୩ ମାସ ପରେ ଉଦ୍ୟାନ ଖୋଲିଥିବାରୁ ପର୍ଯ୍ୟାଟକଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ ମିଳିଛି । ପର୍ଯ୍ୟଟକ ମାନଙ୍କୁ ସ୍ୱାଗତ କରିବା ଓ ବୁଲିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଜାତୀୟ ଉଦ୍ୟାନକୁ ଆସିବାକୁ ଡାଙ୍ଗମାଳ ମୁଖ୍ୟ ଫାଟକ ଦେଇ ଏବଂ ଜଳପଥରେ ପ୍ରବେଶ କରିବା ପାଇଁ ଗୁପ୍ତି, ଖୋଳା, ଚାନ୍ଦବାଲି ଦେଇ ଆସିପାରିବେ ପର୍ଯ୍ୟଟକ। ଏହାଛଡା ରାତ୍ରୀଯାପନ ପାଇଁ ଡାଙ୍ଗମାଳ ଓ ଗୁପ୍ତିରେ କଟେଜ୍‌ ବ୍ୟବସ୍ଥା ହୋଇଛି। କୁମ୍ଭୀର ପ୍ରଜନନ ପାଇଁ ମେ ୧ରୁ ଜୁଲାଇ ୩୧ ଯାଏଁ ବନ୍ଦ ରହିଥିଲା ଉଦ୍ୟାନ୍‌ ।ଏବେ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟକୁ ପ୍ରବେଶ ପାଇଁ ପରିଚୟପତ୍ରକୁ ବାଧ୍ୟତାମୂଳକ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.