ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା: ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

 Naveen Patnaikଭୁବନେଶ୍ବର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳାଙ୍କ ପାଇଁ ବଢ଼ିଲା ସହାୟତା ରାଶି। ସହାୟତା ରାଶିକୁ ୫ ଲକ୍ଷରୁ ୭ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ ୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟସେବା ସହାୟତା ଦେବାର ବ୍ୟବସ୍ଥା ରହିଛି। ତେବେ ଏଥିରେ ମହିଳାଙ୍କ ପାଇଁ ସହାୟତା ରାଶିକୁ ୭ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ସହାୟତା ରାଶି ବୃଦ୍ଧି ପାଇଁ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ଜଣେ ମହିଳା ପ୍ରସ୍ତାବ ରଖିଥିଲେ । ପୁରୁଷଙ୍କ ତୁଳନାରେ ମହିଳାଙ୍କୁ ଆଉ ଦୁଇ ଲକ୍ଷ ଟଙ୍କା ଅଧିକ ସହାୟତା ମିଳିବ । ଆସନ୍ତା ସ୍ୱାଧୀନତା ଦିବସରୁ ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଯ୍ୟକାରୀ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.