ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆଜାଦୀ କା ଅମୃତ ମହୋତ୍ସବର ଜାତୀୟ କମିଟି ବୈଠକରେ ଦେବେ ଯୋଗ

ଭୁବନେଶ୍ୱର(କେନ୍ୟୁଜ୍): ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସକାଳ ସାଢ଼େ ୧୦ଟାରେ ବିମାନ ଯୋଗେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ୧୨ଟା ୩୦ରେ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବେ । ଅପରାହ୍ନ ୪ଟା ୨୫ରେ ରାଷ୍ଟ୍ରପତି ଭବନର କଲଚରାଲ୍‌ ସେଣ୍ଟର ଯିବେ ମୁଖ୍ୟମନ୍ତ୍ରୀ । ସେଠାରେ ଆଜାଦୀ କା ଅମୃତ ମହୋତ୍ସବର ଜାତୀୟ କମିଟି ବୈଠକରେ ଯୋଗଦେବେ ।

୭ ତାରିଖରେ ସକାଳ ୯ଟା ୪୫ ମିନିଟରେ ନୀତି ଆୟୋଗ ପରିଚାଳନା ପରିଷଦ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୈଠକରେ ଟେଲିକମ୍‌, ରେଳ, ଗ୍ରାମାଞ୍ଚଳରେ ବ୍ୟାଙ୍କିଙ୍ଗ ବ୍ୟବସ୍ଥା ଏବଂ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଆଦି ପ୍ରସଙ୍ଗ ଉଠାଇପାରନ୍ତି। ୮ ତାରିଖରେ ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.