ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ଛାତ୍ରଛାତ୍ରୀ ଓ ଶ୍ରମିକଙ୍କୁ ସୁରକ୍ଷିତ ଫେରାଇ ଆଣିବା ନେଇ କଲେ ଆଲୋଚନା

କେନ୍ୟୁଜ୍(ବ୍ୟୁରୋ): ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ । କେନ୍ଦ୍ରମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୟୁକ୍ରେନରେ ଫସିଥିବା ଓଡ଼ିଆ ଛାତ୍ରଛାତ୍ରୀ ଓ ଶ୍ରମିକଙ୍କୁ ସୁରକ୍ଷିତ ଫେରାଇ ଆଣିବା ନେଇ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସେଠାରେ ଫସିଥିବା ଭାରତୀୟଙ୍କ ସୁରକ୍ଷିତ ଉଦ୍ଧାର ପାଇଁ କେନ୍ଦ୍ର ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ପୂର୍ବରୁ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ସହ କଥା ହୋଇଥିଲେ ମୁଖ୍ୟମନ୍ତ୍ରୀ । ସେମାନଙ୍କୁ ଫେରାଇ ଆଣିବା ପାଇଁ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ ବୋଲି ନବୀନ ପଟ୍ଟନାୟକ ଘୋଷଣା କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.