ଭୁବନେଶ୍ୱରରେ ଇ-ବସ ଓ ଇ-ରିକ୍ସା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ପ୍ରଥମ ପର୍ଯ୍ୟାୟରେ ଗଡିଲା ୧୦ଟି ବସ ଓ ୫୦ଟି ରିକ୍ସା 

ଭୁବନେଶ୍ବର(କେନ୍ୟୁଜ୍):  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର airport ଛକ ଠାରେ ଇ-ବସ ଓ ଇ-ରିକ୍ସା ଚଳାଚଳର ଶୁଭାରମ୍ଭ କରିଛନ୍ତି। ଗାଡି ଗୁଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଦ୍ବାରା ସହରରେ ବାୟୁ ପ୍ରଦୂଷଣ କମ୍ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୧୦ଟି ଇ-ବସ ଓ ୫୦ ଟି ଇ-ରିକ୍ସା ଚଳାଚଳ ବ୍ୟବସ୍ଥା ଆରମ୍ଭ ହୋଇଛି। ଆଗାମୀ ଦିନରେ ୫୦ ଟି ଇ ବସ ଚଳାଚଳ କରାଯିବାର ଲକ୍ଷ୍ୟ ରଖା ଯାଇଛି।

ଲୋକଙ୍କ ଗମନାଗମନକୁ ଆହୁରି ସୁଗମ କରିବା ପାଇଁ ପ୍ରଥମ ପର୍ଯ୍ୟାୟରେ ଏହି ସେବା ଭୁବନେଶ୍ୱରରେ ଯୋଗାଇ ଦିଆଯିବ । ଇ ରିକ୍ସାରେ ମହିଳା ଓ କିନ୍ନର ମାନଙ୍କୁ ଅଗ୍ରାଧିକାର ଦିଆଯିବ । ସେମାନେ ଏହାଦ୍ବାରା ସ୍ୱାବଲମ୍ବୀ ହୋଇପାରିବେ । ପ୍ରଥମ ମୋ ବସର ୪ ଟି ରୁଟରେ ହିଁ ଏହା ଗତି କରିବ । ଏହି ନୂତନ ସେବାର ଶୁଭାରମ୍ଭ ଉପଲକ୍ଷେ ସାଧାରଣ ଯାତ୍ରୀମାନେ ଜୁଲାଇ ୨୯ ରୁ ୩୧ ତାରିଖ ପର୍ଯ୍ୟନ୍ତ ବିନା ଟିକେଟ୍‌ରେ ପ୍ରଦୂଷଣ ବିହିନ ଇ. ଦସ ଯାତ୍ରାର ଅନୁଭଳ ନେଇପାରିବେ ।ଯାତ୍ରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବା ବସ ଟିକେଟ୍ ମୂଲ୍ୟରେ ରିହାତି ପୂର୍ବଭଳି ସମାନ ରହିଛି । ମୋ ଇ, ରାଇଡ଼ ଭୁବନେଶ୍ଵରର ପଟିଆ, ପାତ୍ରପଡ଼ା ଏବଂ ପୋଖରିପୁଟ ଅଞ୍ଚଳର ବିଭିନ୍ନ ରୁଟ୍‌ରେ ଗଡ଼ିବା ସହିତ ଏହାର ଟିକେଟ ମୂଲ୍ୟ ୧୦ ଟଙ୍କା ରହିଛି ।

bike

ଲିଙ୍ଗ ସମାନତା ଉପରେ ଗୁରୁତ୍ବ ଦିଆଯାଇ ପ୍ରତ୍ୟେକ CRUT ପକ୍ଷରୁ guide ଭାବରେ ୫୦ ପ୍ରତିଶତ ମହିଳାଙ୍କୁ ନିଯୁକ୍ତ କରାଯାଇଛି। ଅନ୍ୟାନ୍ୟ କାର୍ଯ୍ୟ ପାଇଁ ମଧ୍ୟ ମହିଳାଙ୍କ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଇଛି । ପ୍ରତ୍ୟେକ ବସରେ ୩୦ ଟି ଆସନ ରହିଥିବା ବେଳେ ମହିଳା ମାନଙ୍କ ପାଇଁ ସଂରକ୍ଷିତ ଆସନ ଗୁଡ଼ିକୁ ଗୋଲାପି ରଙ୍ଗରେ ଚିହ୍ନିତ କରାଯାଇଛି। ସୂଚନା ଯୋଗ୍ୟ ଯେ CRUT ପକ୍ଷରୁ ବର୍ତ୍ତମାନ ୨୫୫ ଟି Diesel ବସ ଚଳାଚଳ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.