ଜୁଲାଇ ଗାଇଡଲାଇନ୍ସରେ ସଂକ୍ରମିତ ଜିଲ୍ଲାରେ କଡା ନିୟମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ଭୁବନେଶ୍ୱର, (କେ ନ୍ୟୁଜ) : କରୋନା ସଂକ୍ରମଣରେ ଅଳ୍ପ ସୁଧାର ଆସିଛି । ତେବେ ସଂକ୍ରମଣ ହାର ଅଧିକ ଥିବା ଜିଲ୍ଲାରେ ନିୟମକୁ କଡ଼ାକଡ଼ି କରିବାକୁ ସଂକେତ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମଙ୍ଗଳବାର ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଏକ ଉଚ୍ଚସ୍ତରୀୟ କୋଭିଡ-୧୯ ବୈଠକରେ ସମୀକ୍ଷା କରିଛନ୍ତି ।

ରାଜ୍ୟରେ ସଂକ୍ରମଣ ହାର ୫ ପ୍ରତିଶତ ଥିଲେ ମଧ୍ୟ ଅଳ୍ପ କେତେକ ଜିଲ୍ଲାରେ ଉଚ୍ଚ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି ସତର୍କତା ଅବଲମ୍ବନ କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ । ଏହାସହ ଘରକୁ ଘର ବୁଲି ସର୍ଭେକୁ ଆହୁରି ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେବା ସହ ସର୍ଭେ କାର୍ଯ୍ୟକ୍ରମରେ ସନ୍ତୋଷ ପ୍ରକାଶ କରିଥିଲେ ।

ତୃତୀୟ ଲହରରେ ପ୍ରସ୍ତୁତି ସ୍ୱରୂପ ଶିଶୁ ରୋଗ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା ତଥା ଡାକ୍ତରମାନଙ୍କର ଏ ସଂପର୍କିତ ତାଲିମକୁ ପ୍ରାଥମିକତା ଦେଇ ସଂପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି ସମୀକ୍ଷା ବୈଠକରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.