ପୁଣି ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ଭିତରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ଆସନ୍ତା ସପ୍ତାହ ସୁଦ୍ଧା ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଉତ୍ତର ଓ ପଶ୍ଚିମ ଓଡିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ସୁନ୍ଦରଗଡ,ଝାରସୁଗୁଡା,ବାଲେଶ୍ୱର,ଭଦ୍ରକ,ମୟୁରଭଞ୍ଜ,ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଉପକୂଳ ରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨୩ ରେ ଉତ୍ତର ଓଡିଶା ସମେତ ଗଞ୍ଜାମ,ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗ ପକ୍ଷରୁ ଏହି ସମୟରେ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଆସନ୍ତା ୨୫ ତାରିଖ ସୁଦ୍ଧା ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.