ପିଛା ଛାଡୁନି ଲଘୁଚାପ: ୧୮ ଓ ୧୯ରେ ରାଜ୍ୟରେ ପ୍ରବଳ ବର୍ଷା! ୨୦ରେ ଆହୁରି ଅଧିକ

ଭୁବନେଶ୍ୱର(କେନ୍ୟୁଜ୍): ଆଗକୁ ପୁଣିି ଏକ ଲଘୁଚାପ। ୧୮ତାରିଖରେ ଘୁର୍ଣ୍ଣିବଳୟ ଓ ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପ। ଉତ୍ତର ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ୧୮ ଏବଂ ୧୯ରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୭ରୁ ୧୧ ସେଣ୍ଟିମିଟର ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ।

୨୦ରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ୧୮ତାରିଖରେ ୭ଟି ଓ ୧୯ରେ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୦ ତାରିଖରେ ବଢିବ ବର୍ଷାର ବିସ୍ତତି ଓ ପରିମାଣ। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୫ଟି ଜିଲ୍ଲା ଓ ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.