ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ, ପାଣିପାଗ ବିଭାଗ ପକ୍ଷରୁ ୧୨ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି ଜାରି

ଭୁବନେଶ୍ୱର(କେନ୍ୟୁଜ୍):ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ବର୍ଷାରେ ଭିଜୁଛି ସାରା ଓଡ଼ିଶା । ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୧୨ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼କୁ ୱେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାର କିଛି ସ୍ଥାନରେ ୭-୧୧ ସେଣ୍ଟିମିଟର ଯାଏ ବର୍ଷା ସମ୍ଭାବନା ରହିଛି ।

ଗତ କିଛି ଦିନ ହେବ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆସୁଛି ଆଉ ଦୁଇଟି ଲଘୁଚାପ । ଏନେଇ ପୂର୍ବାନୁମାନ କରିଛନ୍ତି ଆକ୍ୟୁ େଓ୍ଵଦର ପାଣିପାଗ ବିଜ୍ଞାନୀ ଜାସନ୍‌ ନିକୋଲ୍‌ସ କହିଛନ୍ତି । ଆସନ୍ତା କିଛି ଦିନରେ ଓଡ଼ିଶା ଉପକୂଳରେ ଗୋଟିଏ ଲଘୁଚାପ ଏବଂ ଆସନ୍ତା ସପ୍ତାହ ଆରମ୍ଭରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଗ ଅନୁକୂଳ ରହିଛି ।

ସପ୍ତାହ ଶେଷ ଆଡକୁ ଆନ୍ଧ୍ର ଏବଂ ଓଡ଼ିଶା ଉପକୂଳରେ ଲଘୁଚାପ ପହଞ୍ଚିବା ବେଳକୁ ଏହା ଡିପ୍ରେସନ୍‌ କିମ୍ବା ଡିପ ଡିପ୍ରେସନ୍‌ ହୋଇପାରେ ବୋଲି ଜାସନ୍‌ ନିକୋଲ୍‌ସ କହିଛନ୍ତି । ତେବେ ସମ୍ଭାବ୍ୟ ଲଘୁଚାପ ନେଇ ଭାରତୀୟ ପାଣିପାଗ ବିଭାଗ କୌଣସି ସୂଚନା ଦେଇ ନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.