ଆଜି ସକାଳୁ ସକାଳୁ ଭୁବନେଶ୍ୱରରେ ଝିପି ଝିପି ବର୍ଷା ଆରମ୍ଭ, ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର(କେନ୍ୟୁଜ୍):  ଆଜି ସକାଳୁ ସକାଳୁ ଭୁବନେଶ୍ୱରରେ ଝିପି ଝିପି ବର୍ଷା ଆରମ୍ଭ ହୋଇଯାଇଛି। ଏହି ବର୍ଷା ଦ୍ୱାରା ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ସମ୍ଭାବନା ରହିଛି। ବିଶେଷ କରି ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନେ ସମସ୍ତ ପ୍ରକାର ପରିସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି।

ଏପଟେ ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପ୍ରଭାବରେ ପୁଣି ବଢିବ ବର୍ଷାର ବିସ୍‌ୃତି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆଲର୍ଟ କରିଛି। ଆଗାମୀ ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ସମ୍ଭାବନା ଥିବା ୪ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ । ସେହିଭଳି ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.