ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିବ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ଵାର୍ଡ

ଭୁବନେଶ୍ୱର(କେନ୍ୟୁଜ୍): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିବ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ଵାର୍ଡ । ଉଲ୍ଲେଖନୀୟ ନେତୃତ୍ୱ ପାଇଁ ସମ୍ମାନିତ ହେବେ ନବୀନ ପଟ୍ଟନାୟକ । ନୂଆଦିଲ୍ଲୀରେ ଆସନ୍ତା ୪ ତାରିଖରେ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ସମ୍ମାନିତ କରାଯିବ । ଦୀର୍ଘ ଦୁଇ ଦଶନ୍ଧି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଅନନ୍ୟ ନେତୃତ୍ୱ ଦ୍ୱାରା ଓଡ଼ିଶାକୁ ବିଶ୍ୱ ଦରବାରରେ ଏକ ନୂଆ ପରିଚୟ ପ୍ରଦାନ କରିଛନ୍ତି ।

ଖାଦ୍ୟ ସୁରକ୍ଷା ଠାରୁ ଆରମ୍ଭ କରି ବିପର୍ଯ୍ୟୟ ପରିଚାଳନା, କ୍ରାଡ଼ାର ବିକାଶ, ମହିଳା ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ଅନ୍ୟମାନଙ୍କ ପାଇଁ ଉଦାହରଣ ହୋଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ବହୁ ପ୍ରତିଷ୍ଠିତ ସଂସ୍ଥା ପକ୍ଷରୁ ସମ୍ମାନୀତ କରାଯାଇଛି । ଏହିକ୍ରମରେ ନୂଆଦିଲ୍ଲୀସ୍ଥିତ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ମାନୀତ କରାଯିବ । ଏଥିପାଇଁ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.