୪୮ ଘଣ୍ଟାରେ ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ଅଧିକ ପ୍ରଭାବ ପକାଇବ

କେନ୍ୟୁଜ୍(ବ୍ୟୁରୋ): ୭ରେ ଘୂର୍ଣ୍ଣିବଳୟ। ୪୮ ଘଣ୍ଟାରେ ଲଘୁଚାପ। ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟାରେ ଏକ ଲଘୁଚାପ ସୃଷ୍ଟି ହେବ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହି ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ରହିଛି। ଲଘୁଚାପ ସୃଷ୍ଟି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଲଘୁଚାପ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହେବାକୁ ଥିବାରୁ ଦକ୍ଷିଣ ଓଡ଼ିଶାରେ ଅଧିକ ପ୍ରଭାବ ପକାଇବ। ଲଘୁଚାପ ଯୋଗୁ ୮ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ହେବାକୁ ଥିବାବେଳେ ୯ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ଏହା ସହ ସାରା ରାଜ୍ୟରେ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଆଜି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି ଆଦିରେ ବିଜୁଳି ଘଡଘଡି ବର୍ଷା ହେବା ସମ୍ଭାବନା ରହିଛି। ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଆଦିରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହି ଜିଲ୍ଲା ଗୁଡିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.