ଆସନ୍ତା ୧୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା: ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ପୁଣି ଲଘୁଚାପ । ବଢ଼ିବ ବର୍ଷା ପରିମାଣ । ଆସନ୍ତା ୧୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି । ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

ଏହାସାଙ୍ଗକୁ ସକ୍ରିୟ ରହିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ଭିତରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.