୫ରୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ୫ରୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ୫ ଓ ୬ରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୫ ତାରିଖରେ ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୬ ତାରିଖ ପାଇଁ ମଧ୍ୟ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୭ରୁ ବର୍ଷାର ବିସ୍ତୃତି ଓ ତୀବ୍ରତା ବଢ଼ିବ ।

ରବିବାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଜୁନ ୧ରୁ ଏଯାଏ ରାଜ୍ୟରେ ୫୨୨.୯ ମିମି ବର୍ଷା ହୋଇଛି । ଯାହାକି ଏହି ସମୟ ମଧ୍ୟରେ ସ୍ୱାଭାବିକ ବର୍ଷା ୫୮୬.୩ ମିମି ତୁଳନାରେ ୧୧ ପ୍ରତିଶତ କମ୍‌ । ଏଯାଏ ଦୁଇ ଜିଲ୍ଲା ବୌଦ୍ଧ ଓ କନ୍ଧମାଳରେ ସ୍ୱାଭାବିକଠୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସେହିପରି ଏଯାଏ ୭ ଜିଲ୍ଲା ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଭଦ୍ରକ, ବଲାଙ୍ଗୀର, କଳାହାଣ୍ଡି ଓ ମୟୂରଭଞ୍ଜରେ ନିଅଣ୍ଟିଆ ବର୍ଷା ହୋଇଛି । ଅନ୍ୟ ୨୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ସୂଚନା ମିଳିଛି । ଉପକୂଳ ଓଡ଼ିଶାରେ ଆକାଶ ମେଘୁଆ ରହୁଛି । ଦିନର ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.