ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ ଓଡ଼ିଶାର ବିଧାୟକ ଓ ମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):  ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ବିଧାୟକଙ୍କ ଟିମ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ଭେଟି ଅଭିନନ୍ଦନ ଜଣାଇଛନ୍ତି ଓଡ଼ିଶାର ବିଧାୟକ ଓ ମନ୍ତ୍ରୀ । ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦ ଅଳଙ୍କୃତ କରିଥିବାରୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛି ଟିମ୍‌ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ୩ ଦଳର ୨୪ ଜଣିଆ ବିଧାୟକଙ୍କ ଟିମ୍‌ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି । ରାଷ୍ଟ୍ରପତିଙ୍କୁ ଭେଟି ମହାପ୍ରଭୁଙ୍କ ମହାପ୍ରସାଦ, ମହାପ୍ରଭୁ ଜଗନ୍ନାଥଙ୍କ ଫଟୋଚିତ୍ର ଓ ଓଡ଼ିଆ କଳାକୃତି ଉପହାର ଦେଇଛନ୍ତି । ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇବାକୁ ଓଡ଼ିଶା ବିଧାନସଭାରେ ପାରିତ ହୋଇଥିବା ସଂଙ୍କଳ୍ପପତ୍ରଙ୍କୁ ମଧ୍ୟ ତାଙ୍କୁ ପ୍ରଦାନ କରାଯାଇଛି।

ଏହାକୁ ଗ୍ରହଣ କରି ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ରାଷ୍ଟ୍ରପତି। ଆଗାମୀ ଦିନରେ ଓଡ଼ିଶାର ପ୍ରଗତି ଓ ବିକାଶ ପାଇଁ ସାମ୍ବିଧାନିକ ବିଧି ବ୍ୟବସ୍ଥା ଯାହା ସମ୍ଭବ ସେଥିରେ ସହଯୋଗ କରିବେ ବୋଲି ରାଷ୍ଟ୍ରପତି ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ । ପ୍ରତିନିଧି ଦଳରେ ବାଚସ୍ପତିଙ୍କ ସମେତ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ, ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, କଂଗ୍ରେସ ମୁଖ୍ୟ ସଚେତକ ତାରା ପ୍ରସାଦ ବାହିନୀପତି, ବିଧାୟକ ସନ୍ତୋଷ ସିଂ ସାଲୁଜା ଓ ଅନନ୍ତ ନାରାୟଣ ଜେନା ଓ ବିଜେପିର ବିଧାୟକ ପ୍ରମୁଖ ଅଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.