ଜାତୀୟ ପତାକା ତିଆରି କରିବାର ସୁଯୋଗ ପାଇଥିବାରୁ କୃତଜ୍ଞତା ଜଣାଇଲେ ୬ ଜିଲ୍ଲାର ମିଶନ ଶକ୍ତିର ମାଆ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମିଶନ ଶକ୍ତିର ମାଆ ମାନେ । ଜାତୀୟ ପତାକା ତିଆରି କରିବାର ସୁଯୋଗ ପାଇଥିବାରୁ କୃତଜ୍ଞତା ଜଣାଇଛନ୍ତି ୬ ଜିଲ୍ଲାର ମିଶନ ଶକ୍ତିର ମାଆ । ଗଞ୍ଜାମ, ଗଜପତି, ନୂଆପଡା, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ୮୪ଟି ମିଶନ ଶକ୍ତି ଗୋଷ୍ଠୀର ମାଆ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ମଧ୍ୟାହ୍ନ ଭୋଜନଠାରୁ ଆରମ୍ଭ କରି ଅଙ୍ଗନବାଡୀ ପିଲାଙ୍କ ଡ୍ରେସ୍‌ ସିଲେଇ କରିବା, ଇଲେକଟ୍ରିକ ବିଲ୍‌ ଆଦାୟ କରିବା ଆଦି କାମ ବହୁତ ଭଲ ଭାବରେ କରିପାରୁଛୁ ।

cm naveen

ନୂଆପଡାରେ ଆମେ ଡ୍ରାଇଭିଂ ଶିକ୍ଷା ମଧ୍ୟ ନେଉଛୁ । ଆମେ ବି ପାରିବୁ ଏ ବିଶ୍ଵାସ ଆମର ରହିଛି ବୋଲି କହିଛନ୍ତି ମିଶନ ଶକ୍ତିର ମାଆ ମାନେ । ସେପଟେ ବହୁତ କମ୍‌ ସମୟ ମଧ୍ୟରେ ଜାତୀୟ ପତାକା କରିଥିବାରୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ବର୍ଷ ସ୍ୱାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ୱ ଦେଇଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.