ଆଜି ପ୍ରକାଶ ପାଇପାରେ ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଫଳ

ଭୁବନେଶ୍ବର(କେନ୍ଯୁଜ୍):  ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଫଳ ପ୍ରକାଶ ପାଇପାରେ। ଗତ ଅକ୍ଟୋବର ମାସ ୧ ତାରିଖରୁ ଆରମ୍ଭ ହୋଇ ୧୧ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା। ରାଜ୍ୟର ପ୍ରାୟ ୧୩ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

ଯେଉଁ ଛାତ୍ରଛାତ୍ରୀମାନେ ଯୁକ୍ତ ଦୁଇର ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ଥିଲେ, ସେହି ଛାତ୍ରଛାତ୍ରୀମାନଙ୍କ ପାଇଁ ଏହି ଅଫଲାଇନ ପରୀକ୍ଷା କରାଯାଇଥିଲା। ଏହା www. orissaresults.nic.in ୱେବସାଇଟରେ ଫଳ ଉପଲବ୍ଧ ହେବ। ସୂଚନା ଥାଉକି, ଚଳିତ ବର୍ଷ ଯୁକ୍ତ ୨ କଳାର ରେଗୁଲାରରେ ୯୮.୫୮ % ରେଗୁଲାର୍ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ମାତ୍ର ୯୫ ଜଣ ୯୦% ଉପରେ ଅଛନ୍ତି। କଳାରେ ୧ ଲକ୍ଷ ୮୬ ହଜାର ୬୮୫ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି ।

ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ୩୦ ହଜାର ୬୮୫ ଜଣ ପରୀକ୍ଷାର୍ଥୀ । ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ୪୬ ହାଜର ୫୬୩ ଏବଂ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ୧ ଲକ୍ଷ ୧୯ ହଜାର ୫୦୫ ଜଣ ପରୀକ୍ଷାର୍ଥୀ । ଏହାଛଡ଼ା କମ୍ପାର୍ଟମେଣ୍ଟାଲରେ ୨୦୬ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଥର ଛାତ୍ରୀମାନେ ଛାତ୍ରମାନଙ୍କୁ ପଛରେ ପକାଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.