୧୫ ଯାଏ ଲାଗି ରହିବ ବର୍ଷା, ୧୩ ରେ ଆଉ ଏକ ଘୁର୍ଣ୍ଣି ବଳୟ ସମ୍ଭାବନା

ଭୁବନେଶ୍ୱର : ୧୫ ତାରିଖ ଯାଏ ରାଜ୍ୟରେ ଲାଗି ରହିବ ଲଗଣା ବର୍ଷା । ଏମିତି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆସନ୍ତା ୧୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବ । ଏହାପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ।

ଆସନ୍ତା ୧୩ ଓ ୧୪ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାରୁ ବର୍ଷା ଜାରି ରହିଛି । ଆସନ୍ତା ୧୫ ତାରିଖ ଯାଏ ବର୍ଷା ଜାରି ରହିବ । ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

୧୩ ଓ ୧୪ରେ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ ଯାଜପୁର ସହରରେ ସର୍ବାଧିକ ୧୫୦ ମିମି ବର୍ଷା ହୋଇଛି । ସେହିପରି ୧୩ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.