ଓଲଟିଲା ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିବା ଯାତ୍ରୀବାହୀ ବସ୍‌: ଜଣେ ମୃତ, ୧୦ରୁ ଅଧିକ ଆହତ

ନୟାଗଡ(କେନ୍ୟୁଜ୍): ଓଲଟିଲା ଯାତ୍ରୀବାହୀ ବସ୍‌ । ଜଣେ ମୃତ, ୧୦ରୁ ଅଧିକ ଆହତ । ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିବା ଘରୋଇ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । କାଲେଶ୍ୱରୀ ଗୋଡ଼ିବିଡ଼ା ଠାରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଦଶପଲ୍ଲା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ମ୍ୟାନେଜର କଲ୍ୟାଣୀ ପଣ୍ଡାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି । ଆହତମାନଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ଦଶପଲ୍ଲା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହଯୋଗରେ ଉଦ୍ଧାର କାର୍ଯ୍ୟ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.