ଆସନ୍ତା କାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ

ଭୁବନେଶ୍ୱର(କେ ନ୍ୟୁଜ): ଆସନ୍ତା କାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ | ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବୋର୍ଡ ତରଫରୁ ଜାରି ହୋଇଥିବା ଅଫିସିଆଲ ୱେବସାଇଟ orissaresults.nic.in ଓ chseodisha.nic.in କୁ ଯାଇ ପରୀକ୍ଷା ଫଳ ଜାଣିହେବ । ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପୂର୍ବରୁ ସୂଚନା ଦେଇଥିଲେକି ଚଳିତ ମାସ ଶେଷ ସପ୍ତାହରେ ପ୍ରକାଶ ହେବା ନେଇ ସୂଚନା ଦେଇଥିଲେ ।

ବୋର୍ଡ ଅଫ ସେକଣ୍ଡାରୀ ଏଜୁକେସନ (BSE) ପକ୍ଷରୁ ଦଶମ ଶ୍ରେଣୀ ପ୍ରକାଶିତ ହେବା ସମୟରେ ଶ୍ରୀ ଦାଶ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପ୍ରକାଶ ପାଇବା ନେଇ ସୂଚନା ଦେଇଥିଲେ । ମିଡ଼ିଆ ରିପୋର୍ଟ ଅନୁଯାୟୀ ୨ଲକ୍ଷରୁ ଅଧିକ ସଂଖ୍ୟକ ଛାତ୍ରଛାତ୍ରୀ ଚଳିତ ବର୍ଷ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଇଛନ୍ତି । ଏପ୍ରିଲ ୨୮ ତାରିଖରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.