ଆସନ୍ତାକାଲି ଠାରୁ ବଢ଼ିବ ବର୍ଷାର ବିସ୍ତୃତି: ଆଉ ୫ ଦିନ ଲାଗି ରହିବ

ଭୁବନେଶ୍ବର(କେନ୍ୟୁଜ୍):  ଭିଜାଉଛି ଲଘୁଚାପ ବର୍ଷା । ଆଉ ୫ ଦିନ ଲାଗି ରହିବ ବର୍ଷା । ପଶ୍ଚିମରୁ ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ବର୍ଷିବ । ୧୦ ଓ ୧୧ ତାରିଖରେ ଦକ୍ଷିଣ ଓ଼ଡ଼ିଶାରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର l ଆଗାମୀ ୩୬ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ୨୪ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ଠାରୁ ବଢ଼ିବ ବର୍ଷାର ବିସ୍ତୃତି । କାଲି ପ୍ରବଳରୁ ଅତି ପ୍ରବଳ ସମ୍ଭାବନା ଥିବା ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୧ ତାରିଖରେ ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

୧୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ହେବ । ଖାଲୁଆ ଅଞ୍ଚଳ ଜଳମଗ୍ନ ହୋଇପାରେ । ସମୁଦ୍ର ଭିତରେ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ବେଗରେ ପବନ ବହିବ । ଏଥିପାଇଁ ୧୨ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଆସନ୍ତା ୧୬ ରୁ ୧୮ ତାରିଖ ମଧ୍ୟରେ ପୁଣି ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ରାଜ୍ୟରେ ଜୁନ ୧ରୁ ଏଯାଏ ୧୦୨୩ ମିମି ବର୍ଷା ହୋଇଛି । ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୨ ପ୍ରତିଶତ ଅଧିକ ।.

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.