କାଲିଠାରୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ, ୭ରେ ଲଘୁଚାପ

କେନ୍ୟୁଜ୍(ବ୍ୟୁରୋ): ୭ରେ ଲଘୁଚାପ। ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପ୍ରଭାବରେ ୭ ଏବଂ ୮ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ବର୍ଷାରେ ଭିଜିବ ସାରା ଓଡ଼ିଶା। ଏପଟେ ଦକ୍ଷିଣ ମୁହାଁ ମୌସୁମୀ ନିମ୍ନ ରେଖା ଏବେ ସ୍ୱାଭାବିକ ଅବସ୍ଥାନକୁ ଫେରୁଛି । କାଲିଠାରୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ଜିଲ୍ଲାଗୁଡ଼ିକରେ ୭ସେଣ୍ଟିମିଟରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ ।

ସେହିପରି ୬ ତାରିଖରେ ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟରେ ଜୁନ ୧ରୁ ଏଯାଏ ୫୨୭.୦ ମିମି ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ୬୦୦.୭ ମିମି ତୁଳନାରେ ୧୨ ପ୍ରତିଶତ କମ୍‌ । ଏହି ସମୟ ମଧ୍ୟରେ ୨ ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ଜଣାଯାଇଛି । ବାକି ୨୧ ଜିଲ୍ଲାରେ ସ୍ୱାଭାବିକ ବୃଷ୍ଟିପାତ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.