ଲଘୁଚାପ ପ୍ରଭାବରେ ଟ୍ଵିନ ସିଟିରେ ଲାଗିରହିଛି ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ଉପକୂଳ ଓଡ଼ିଶାରେ ସକ୍ରିୟ ରହିଛି ଲଘୁଚାପ । ଘୂଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି । ଲଘୁଚାପ ପ୍ରଭାବରେ ସକାଳ ୪ଟାରୁ ଉପକୂଳ ଓଡ଼ିଶାରେ ଲାଗିରହିଛି ବର୍ଷା ।

ସକ୍ରିୟ ଲଘୁଚାପ ପ୍ରଭାବରେ ଟ୍ଵିନ ସିଟିରେ ଲାଗିରହିଛି ବର୍ଷା । ଘଣ୍ଟାପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହୋଇଛି । ଏହାର ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି ।

ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିଭଳି ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ମୌସୁମୀ ସାଙ୍ଗକୁ ଲଘୁଚାପ ସକ୍ରିୟ । ଆହୁରି ୩ ଦିନ ଭୀଷଣ ବର୍ଷା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.