ପୁରୀ: ଆଜିଠାରୁ କାର୍ତ୍ତିକ ହବିଷ୍ୟାଳୀଙ୍କ ପାଇଁ ରେଜିଷ୍ଟ୍ରେସନ ଆରମ୍ଭ, ଏମିତି କରନ୍ତୁ ଆବେଦନ

ପୁରୀ(କେନ୍ୟୁଜ୍):କାର୍ତ୍ତିକ ହବିଷ୍ୟାଳୀଙ୍କ ପାଇଁ ରେଜିଷ୍ଟ୍ରେସନ ଆରମ୍ଭ । ଆଜି ଠାରୁ ୨୯ ତାରିଖ ପର୍ଯ୍ୟନ୍ତ ରେଜିଷ୍ଟ୍ରେସନ୍‌ ହେବ । ଆବେଦନକାରୀ www.puri.nic.in ସାଇଟ୍‌ରୁ ଫର୍ମ ପୂରଣ କରି ପୁରୀ ଜିଲ୍ଲା ପର୍ଯ୍ୟଟନ ଅଧିକାରୀଙ୍କୁ [email protected] ରେ ଅନଲାଇନ ବା ଅଫଲାଇନ, ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦାଖଲ କରିପାରିବେ ।

ଦରଖାସ୍ତକାରୀଙ୍କ ନାମ, ବୟସ, ସ୍ଥାୟୀ ଓ ବର୍ତ୍ତମାନର ଠିକଣା, ଯୋଗାଯୋଗ ନମ୍ବର ବା ମେଲ୍‌ ଆଇଡି, ଜରୁରୀ ଆବଶ୍ୟକତା ପାଇଁ ସମ୍ପର୍କୀୟଙ୍କ ଯୋଗାଯୋଗ ନମ୍ବର, ଆଧାର ବା ଭୋଟର ପରିଚୟ ପତ୍ର ନମ୍ବର, ଆବେଦନ ପତ୍ରରେ ଗୋଟିଏ ଓ ଅନ୍ୟ ଦୁଇଟି ପାସପୋର୍ଟ ସାଇଜ ଫଟୋ ସହ ଆବେଦନ କରିପାରିବେ ।

ଆବେଦନକାରୀ ଡବଲ ଡୋଜ୍‌ କୋଭିଡ ଟୀକା ନେଇଥିବା ଜରୁରୀ ଅଟେ । ହବିଷ୍ୟାଳୀଙ୍କ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ହବିଷ୍ୟାଳୀ ମାନଙ୍କୁ ବୃନ୍ଦାବତୀ ନିବାସ,ବଗଲା ଧର୍ମଶାଳା, ଅକ୍ଷୟ ପାତ୍ର ଓ ମୋଚି ସାହି ସ୍ଥିତ ମୁନିସିପାଲିଟି କଲ୍ୟାଣ ମଣ୍ଡପ ଠାରେ ରଖାଯିବ । ଚଳିତ ବର୍ଷ ଅକ୍ଟୋବର ୧୦ ତାରିଖ ଠାରୁ ନଭେମ୍ବର ୮ ପର୍ଯ୍ୟନ୍ତ ହବିଷ୍ୟାଳୀ ମାନଙ୍କର ରହିବା ବ୍ୟବସ୍ଥା କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.