ଭୁବନେଶ୍ୱରରେ ପହଞ୍ଚିଛନ୍ତି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଉଦୟ ଉମେଶ ଲଳିତ

ଭୁବନେଶ୍ୱର(କେନ୍ୟୁଜ୍): ଭୁବନେଶ୍ୱରରେ ପହଞ୍ଚିଛନ୍ତି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଉଦୟ ଉମେଶ ଲଳିତ । ଆଜି ରାଜ୍ୟର ୩୦ ଜିଲ୍ଲା ପାଇଁ ପେପରଲେସ୍‌ କୋର୍ଟ ଉଦ୍‌ଘାଟନ କରିବେ । ପ୍ରଧାନ ବିଚାରପତି ଜଷ୍ଟିସ୍‌ ଉଦୟ ଉମେଶ ଲଳିତ ଜୁଡିସିାଲ ଏକାଡେମୀରେ ସାଢେ ୯ଟାରେ ଏହି ବ୍ୟବସ୍ଥାର ଶୁଭାରମ୍ଭ କରିବେ। ଏହା ସହ ଓଡ଼ିଶା ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଅବସରରେ ସ୍ୱତନ୍ତ୍ର ପୋଷ୍ଟାଲ କଭର ପ୍ରକାଶିତ ହେବାର ରହିଛି। ଓଡ଼ିଶା ହାଇକୋର୍ଟ ପକ୍ଷରୁ ସମସ୍ତ ଜିଲ୍ଲା ଅଦାଲତକୁ ପେପରଲେସ୍‌ କରିବାକୁ ଇ-ଫାଇଲିଂ ଓ ଇ-ଡକ୍ୟୁମେଣ୍ଟ ଦାଖଲ ପାଇଁ ବ୍ୟବସ୍ଥା କରାଯାଇଛି ।

ଆଜି ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମରେ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼, ଜଷ୍ଟିସ୍‌ ଏମ୍‌ଆର ଶାହା, ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌ ମୁରଲୀଧରଙ୍କ ସମେତ ଅନ୍ୟାନ୍ୟ ବିଚାରପତି ଯୋଗଦେବେ । ଏହାପରେ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଉଦୟ ଉମେଶ ଲଳିତ କଟକସ୍ଥିତ ଜାତୀୟ ଆଇନ ବିଶ୍ୱିଦ୍ୟାଳୟର ନବମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିବେ।

ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ୍‌ ଏମ୍‌. ଆର୍‌ ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ସମାବର୍ତ୍ତନ ଉତ୍ସବରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ତଥା ଓଡ଼ିଶା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର କୁଳାଧିପତି ଜଷ୍ଟିସ ଡକ୍ଚର ଏସ୍‌. ମୁରଲୀଧର ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରିବେ।

Leave A Reply

Your email address will not be published.