ଗୁରୁଦିବସରେ ଗୁରୁଙ୍କୁ ସମ୍ମାନ ଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଓଡିଶାରୁ ଜଣେ ଶିକ୍ଷକ ସମ୍ମାନିତ

ଗୁରୁ ଦିବସ ଅବସରରେ ୪୫ ଜଣ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ତରଫରୁ ସେମାନଙ୍କୁ ପୁରସ୍କୃତ କରାଯାଇଛି । କୋରାପୁଟ ଖଟଲୁଗୁଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ ପବିତ୍ର ମୋହନ ଦାସଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି । ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପବିତ୍ର ୨୦୧୪ ରେ ପ୍ରକୃତି ବନ୍ଧୁ, ୨୦୧୬ରେ ରାଜ୍ୟ ସ୍ତରରେ ଶ୍ରେଷ୍ଠ ଶିକ୍ଷକ ପୁରସ୍କାର ସହ ପ୍ରକୃତି ମିତ୍ର ସମ୍ମାନ ପାଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.