ଆଜିଠୁ ବଢିବ ବର୍ଷାର ପରିମାଣ ! ୨୧ ଯାଏ ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (କେନ୍ୟୁଜ): ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ। ଆଜିଠୁ ବଢିବ ବର୍ଷାର ପ୍ରଭାବ। ୨୧ ଯାଏ ରାଜ୍ୟରେ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦେଇଛି। ଆଗାମୀ ୭୨ ଘଣ୍ଟା ଯାଏଁ ରାଜ୍ୟରେ କିଛି ଜିଲ୍ଲାକୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଚେତାବନୀ ଜାରି କରାଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଆଜି ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ସେହିପରି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୬ଟି ଜିଲ୍ଲା ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର ଓ ନୟାଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳ ବର୍ଷା ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସ୍ଥାନମାନଙ୍କର ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଓ ମାଟି ଅତଡ଼ାର ସମ୍ଭାବନା ରହିଛି। କଚ୍ଚା ଘର ମଧ୍ୟ କ୍ଷତିଗ୍ରସ୍ତ ହୋଇପାରେ। ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିବାର ଆଶଙ୍କା ରହିଛି। ୨୨ତାରିଖକୁ କମିବ ବର୍ଷା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.